May 26, 2022

ଡିସେମ୍ବର ସୁଦ୍ଧା ସରିପାରେ ଟିକାକରଣ

1 min read

ଭୁବନେଶ୍ୱର(ଆମହକନ୍ୟୁଜ ): ‘ଡିସେମ୍ବର ସୁଦ୍ଧା ସରିବ ଟିକାକରଣ। ଯଦି ଟିକା ଆସିବାରେ କୌଣସି ସମସ୍ୟା ନ ହୁଏ, ତା’ହେଲେ ୪ ମାସ ମଧ୍ୟରେ ଟିକାକରଣ ଶେଷ ହେବ।’ ଆଜି ଏହି  ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ l

ସେ  କହିଛନ୍ତି, ବର୍ତ୍ତମାନ ଟିକାରେ କିଛି ସମସ୍ୟା ନାହିଁ।  ବର୍ତ୍ତମାନ ସୁଦ୍ଧା ୨ କୋଟି ୨୦ ଲକ୍ଷ ଡୋଜ ଟିକା  ଦିଆଯାଇସାରିଛି।  ପ୍ରଥମ ଡୋଜ ୧ କୋଟି ୬୬ ଲକ୍ଷ ଓ ଦ୍ୱିତୀୟ ଡୋଜ ୫୩ ଲକ୍ଷ ଲୋକ ନେଇ ସାରିଛନ୍ତି।  ମୋଟ ୫୪ ପ୍ରତିଶତ ପ୍ରଥମ ଡୋଜ ପାଇଛନ୍ତି। କୋଭିଶିଲ୍ଡ ୨୮ ଲକ୍ଷ ୫୪ ହଜାର ଡୋଜ ଏବଂ କୋଭାକ୍ସିନ ୪ ଲକ୍ଷ ୫୪ ହଜାର ଡୋଜ ମହଜୁଦ ରହିଛି।ଆହୁରି ପଢ଼ନ୍ତୁ

ଯେଉଁ ମାନଙ୍କର ଦ୍ୱିତୀୟ ଡୋଜ ଟିକା ନେବାର ଅଛି, ପ୍ରାଥମିକତା ଭିତ୍ତିରେ ଦେବା ପାଇଁ ଜିଲ୍ଲାଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ଶିକ୍ଷକଙ୍କ ସହ ଦ୍ୱିତୀୟ ଡୋଜ ନେବାକୁ ଥିବା ଲୋକଙ୍କୁ ପ୍ରାଧାନ୍ୟ ଦିଆଯାଉଛି।  ସେପ୍ଟେମ୍ବର ୫ ସୁଦ୍ଧା ଶିକ୍ଷକଙ୍କ ଟିକାକରଣ ଶେଷ ହେବ।  କେବଳ ଶିକ୍ଷକଙ୍କୁ ଟିକା ଦେବା ପାଇଁ କିଛି  ସ୍ୱତନ୍ତ୍ର କେନ୍ଦ୍ର ଖୋଲାଯାଇଛି।  ଆଜି ୧୪୦୦ କେନ୍ଦ୍ରରେ ଟିକାକରଣ ଚାଲିଛି। ସେହିପରି ୧ ଲକ୍ଷ ଗର୍ଭବତୀ ମହିଳାଙ୍କୁ ଟିକାକରଣ କରାଯାଇଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.